Latest Odisha News

BREAKING NEWS

ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ୬ଜଣ ବିଜେଡି ବିଧାୟକ ନିଲମ୍ବିତ

ଭୁବନେଶ୍ୱର: ଶନିବାର ରାଜ୍ୟସଭା ନିର୍ବାଚନରେ କ୍ରସଭୋଟିଂ କରିଥିବା ୬ ଜଣ ବିଜେଡ଼ି ବିଧାୟକଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ଚିଠି ମାଧ୍ୟମରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସେମାନଙ୍କୁ ନିଲମ୍ବନ କରିଛନ୍ତି ।

ଦଳରୁ ନିଲମ୍ବିତ ହୋଇଥିବା ୬ ଜଣ ବିଜେଡ଼ି ବିଧାୟକ ହେଲେ ବିଧାୟକ ଚକ୍ରମଣି କହଁର, ନବକିଶୋର ମଲ୍ଲିକ, ସୌଭିକ ବିଶ୍ୱାଳ, ସୁଭାଷିନୀ ଜେନା, ରମାକାନ୍ତ ଭୋଇ ଓ ଦେବୀରଞ୍ଜନ ତ୍ରିପାଠୀ ।

ଦଳବିରୋଧୀ କାର୍ଯ୍ୟକଳାପ ଓ ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କାରଣରୁ ସେମାନଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି । ଆଜି ସନ୍ଧ୍ୟାରେ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ବିଧାୟିକା ପ୍ରମିଳା ମଲ୍ଲିକ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.