Latest Odisha News

BREAKING NEWS

Weather Update: କଲବଲ କଲାଣି ଖରା, ଆହୁରି ୪ ଡିଗ୍ରୀ ବଢିବ ତାତି

ଭୁବନେଶ୍ୱର: ରାଜ୍ୟରେ କଲବଲ କଲାଣି ଖରା। ଦିନ ତାପମାତ୍ରା ବଢୁଛି । ଆଗକୁ ତାତି ଆହୁରି ବଢ଼ିପାରେ । ଆସନ୍ତା ତିନି ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତାତି ବଢ଼ିଲେ ବି ରାଜ୍ୟର ବିକ୍ଷିପ୍ତ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଆଶଙ୍କା ଅଛି । ମାର୍ଚ୍ଚ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହି ଜିଲ୍ଲା ଗୁଡିକ ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ବଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି । ଏସବୁ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । ବୁଧବାର ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, ମାଲକାନଗିରି, ରାୟଗଡ଼ା ଓ କୋରାପୁଟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୬ ତାରିଖ (ଗୁରୁବାର) ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ଆଶଙ୍କା ଅଛି ।

୨୭ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବାର ଆଶଙ୍କା ଅଛି । ୨୮ରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ସହ କୁଆପଥର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତେବେ ୨୪ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ଏବଂ ୨୯ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି। ମଙ୍ଗଳବାର ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ଥିଲା । ଏଠାରେ ଦିନ ତାପମାତ୍ରା ସର୍ବାଧିକ ୩୮.୫ ଡିଗ୍ରୀ ଥିଲା । ଭବାନୀପାଟଣାରେ ୩୮, ଅନୁଗୁଳରେ ୩୬.୧, ଭଦ୍ରକରେ ୩୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା ।

Leave A Reply

Your email address will not be published.