Latest Odisha News

BREAKING NEWS

Jagannath Temple: ଶ୍ରୀମନ୍ଦିର ଉପରେ ଚକ୍କର କାଟିଲା ୨ଟି ଡ୍ରୋନ୍ ;୨ ଅଟକ

ପୁରୀ:ଶ୍ରୀମନ୍ଦିର ଉପରେ ପୁଣି ଉଡିଲା ଡ୍ରୋନ୍। ଗୋଟିଏ ନୁହେଁ ଦୁଇଟି ଡ୍ରୋନ୍ ନୀଳଚକ୍ର ଉପରେ ଉଡୁଥିବା ଦେଖିବାକୁ ମିଳିଛି। ସନ୍ଧ୍ୟା ୫ଟା ୨୫ ମିନିଟରୁ ଦୀର୍ଘ ୩୦ ମିନିଟ୍ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଚୂଡ଼ାରେ ଚକ୍କର କାଟିଥିଲା ୨ଟି ଡ୍ରୋନ୍ । ଏହି ଘଟଣାରେ ସିଂହଦ୍ବାର ପୁଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଶ୍ରୀମନ୍ଦିରର ସୁରକ୍ଷା ପାଇଁ ରାଜ୍ୟ ସରକାର ଆଣ୍ଟି ଡ୍ରୋନ ବ୍ୟବସ୍ଥା କାର୍ଯ୍ୟକାରୀ ପାଇଁ ଘୋଷଣା କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କାହିଁକି କାର୍ଯ୍ୟକାରୀ କରିନାହାନ୍ତି । ସେ ନେଇ ସାଧାରଣରେ ପ୍ରଶ୍ନ ଉଠିଛି।

ପୁରୀ ପୋଲିସ୍ ପକ୍ଷରୁ କହିଛି ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖାଯାଇଛି । ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ।

ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡ଼ାଇଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ପୋଲିସ୍ କଡା କାର୍ଯ୍ୟାନୁଷ୍ଠାନ ନେଉ ବୋଲି ଶ୍ରଦ୍ଧାଳୁ କହିଛନ୍ତି ।

Leave A Reply

Your email address will not be published.