Latest Odisha News

BREAKING NEWS

ଟ୍ରପ୍ ଲାଇନ ପ୍ରଭାବରେ ରାଜ୍ୟରେ ଝଡବର୍ଷା: ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଟ୍ରପ୍ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଝଡବର୍ଷା। ଆସନ୍ତା ସପ୍ତାହ ଯାଏ କାଳବୈଶାଖୀ ପ୍ରଭାବ ରହିପାରେ। ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କୁଆପଥର ସହ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ଡରାଇବ। ତେବେ ଆଜି ଝଡବର୍ଷା ହେବା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଏବଂ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩୦ରୁ ୫୦ କିମି ବେଗରେ ପବନ ବି ବହିପାରେ।

ଚଳିତ ସପ୍ତାହରେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ସେହିଭଳି ଏପ୍ରିଲ ପହିଲା ଯାଏ ଓଡ଼ିଶାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୧.୬ ଡିଗ୍ରୀରୁ ୩ ଡିଗ୍ରୀ ଯାଏ ଅଧିକ ରହିବାର ସମ୍ଭାବନା ଅଛି । କିନ୍ତୁ ୨ରୁ ୮ ତାରିଖ ଭିତରେ ଦିନ ତାପମାତ୍ରା ବଢ଼ିପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଗୁରୁବାର ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଭୀଷଣ ଝଡ଼ ବର୍ଷା ହୋଇଛି । ଶୁକ୍ରବାର ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରେ ଝଡ଼ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଅଛି । ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଶନିବାର ମୟୂରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ଓ ବର୍ଷା ହୋଇପାରେ ।

Leave A Reply

Your email address will not be published.