ଭୁବନେଶ୍ୱର: ଆଜି ସରିଲା CHSE ପରିଚାଳିତ +୨ବର୍ଗର ସମସ୍ତ ପରୀକ୍ଷା । କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ସବୁ ବର୍ଗରେ ୪ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ ୫ ହଜାର ପିଲା ଅନୁପସ୍ଥିତ ଥିଲେ। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା କହିଛନ୍ତି ।
ସୂଚନାଥାଉକି, ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ । ଖାତା ମୂଲ୍ୟାୟନ ପାଇଁ ୧୫୧ ମୂଲ୍ୟାୟନ କେନ୍ଦ୍ର ସହିତ ୧୬ ହଜାର ଅଧ୍ୟାପକ ନିୟୋଜିତ ହୋଇଛନ୍ତି ।
ସିଏଚ୍ଏସ୍ଇ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି ଯେ, ବିଶେଷ କରି ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ । ମୋଟ୍ ଆକାରରେ ଚଳିତ ବର୍ଷ ଯୁକ୍ତ ୨ରେ ୨୫ ଲକ୍ଷ ଖାତା ମୂଲ୍ୟାୟନ ହେବ ।
ଯୁକ୍ତ ଦୁଇ ଖାତା ଉଭୟ ଅଫଲାଇନ ଓ ଅନଲାଇନରେ ଦେଖା ହେବ ।