ଭୁବନେଶ୍ବର: ରାଜ୍ୟରେ ଏବେ ତାତିର ପ୍ରକୋପ ଧିରେ ଧିରେ ବଢିବାରେ ଲାଗିଛି । ଏହାକୁ ନଜରରେ ରଖି ରାଜ୍ୟ ସରକାର ଏବେ ସମସ୍ତ ସ୍କୁଲ ଗୁଡିକୁ ସକାଳୁଆ କ୍ଲାସ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଶିକ୍ଷା ବିଭାଗର ନିର୍ଦ୍ଦେଶ ମୁତାବକ ସକାଳ ସାଢ଼େ ୬ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ।
ଏହି ସକାଳୁଆ ସ୍କୁଲ ଗ୍ରୀଷ୍ମ ଛୁଟି ପର୍ଯ୍ୟନ୍ତ ଚାଲୁ ରହିବ । ଏନେଇ ଶିକ୍ଷା ବିଭାଗ ତରଫରୁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଗଣଶିକ୍ଷା ସଚିବ ଏନ୍ ତିରୁମାଳା ନାଏକ ଏହି ସୂଚନା ଦେଇଛନ୍ତି ।
ବିଦ୍ୟାଳୟରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଛି । ବିଦ୍ୟାଳୟରେ ପାନୀୟ ଜଳ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲରେ ଓଆରଏସ୍ ପ୍ୟାକେଟ୍ ମହଜୁଦ ରଖାଯିବ । ଖରା ସମୟରେ ବିଦ୍ୟାଳୟ ବାହାର କାର୍ଯ୍ୟକ୍ରମକୁ କମ କରିବାକୁ ନିର୍ଦ୍ଦେଶ ରହିଛି ।