ବାଲେଶ୍ବର: ବାଲେଶ୍ବର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତା କଡରେ ଖରାପ ହୋଇ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ । ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ରବିବାର ବିଳମ୍ବିତ ରାତିରେ ରାସ୍ତା କଡରେ ଖରାପ ହୋଇ ଛିଡା ହୋଇଥିଲା ଟ୍ରକ । ଏହା ସମୟରେ ପଛପଟୁ ଆସି ପିଟିଥିଲା ବାଲେଶ୍ୱରରୁ ସୋର ଅଭିମୁଖେ ଆସୁଥିବା ଆଉ ଏକ ଟ୍ରକ । ଏତେ ଭୟଙ୍କର ଦୁର୍ଘଟଣା ହେବା ଫଳରେ ପଛ ଟ୍ରକରେ ଥିବା ୩ ଜଣ ଗାଡ଼ି ଭିତରେ ଚାପି ହୋଇ ଯାଇଥିଲେ ।
ଦୁର୍ଘଟଣା ସଂପର୍କରେ ଖବର ପାଇ ସୋର ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗ୍ୟାସ କଟରରେ ଟ୍ରକକୁ କାଟି ସମସ୍ତଙ୍କୁ ଉଦ୍ଧାର କରିଥିଲ । ଜାତୀୟ ରାଜପଥ ଆମ୍ବୁଲାନ୍ସରେ ସୋର ମେଡିକାଲକୁ ଆଣିଥିଲେ । ତେବେ ସେଠାରେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ ।