Latest Odisha News

BREAKING NEWS

ସାରା ରାଜ୍ୟରେ ଝଡବର୍ଷା ଆଲର୍ଟ, ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ସାରା ରାଜ୍ୟରେ ଝଡବର୍ଷା ଆଲର୍ଟ। ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ। ଖୋର୍ଦ୍ଧା, ଯୋଜପୁର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଜାରି ହୋଇଛି ସତର୍କତା। ବାକି ୨୭ ଜିଲ୍ଲାକୁ ବି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ ଟ୍ରପ୍‌ଲାଇନ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା, ପବନ, ଘଡ଼ଘଡ଼ି ସହିତ କେତେକ ସ୍ଥାନରେ କୁଆପଥର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷକରି ବୁଧବାର ମୟୂରଭଞ୍ଜ, କେନ୍ଦୁଝର ଏବଂ ଯାଜପୁର ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ୫୦ରୁ ୬୦ କି.ମି. ବେଗରେ ପବନ ବୋହିବା ସମ୍ଭାବନା ଥିବାରୁ ଏହି ସମୟରେ ଆବଶ୍ୟକ ନ ପଡ଼ିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲାକୁ ବର୍ଷା ପବନ ଓ ଘଡ଼ଘଡ଼ି ବିଜୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗୁରୁବାର ବେଳକୁ ବର୍ଷାର ପରିମାଣ ସାମାନ୍ୟ କମିବ ବୋଲି ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.