ଭୁବନେଶ୍ୱର:ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର। । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସସ୍ମିତ ନିଜର ଇସ୍ତଫା ପତ୍ର ପଠାଇଛନ୍ତି।
ନିକଟରେ ବିଜୁ ବାବୁଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସେ ସଂସଦର ଏକ କମିଟିର ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା କାହିଁକି ଦେଲେ ସସ୍ମିତ ପାତ୍ର ସେନେଇ ସସ୍ମିତ ପାତ୍ର କିମ୍ବା ବିଜେଡି ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ ।
୨୦୨୨ ମସିହାରୁ ସସ୍ମିତ ବିଜେଡିର ସଂସଦୀୟ ଦଳ ନେତା ରହିଥିଲେ। ଏବେ ରାଜ୍ୟସଭାରେ କିଏ ହେବେ ଦଳର ନୂଆ ନେତା, ସେନେଇ ଜୋରଦାର ଚର୍ଚ୍ଚା ସୃଷ୍ଟି ହୋଇଛି।