Latest Odisha News

BREAKING NEWS

ଏଣିକି ଅଙ୍ଗନବାଡ଼ି ପିଲାଙ୍କ ପାଠପଢ଼ା ଓ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଏଣିକି କୁନି କୁନି ପିଲାଙ୍କ ପାଠପଢ଼ା ଏବଂ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ । ଶିଶୁ ଶିକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଜିସି ଜାରି କରିଛି ଏହି ନିର୍ଦ୍ଦେଶନାମା। ଅଙ୍ଗନୱାଡିକୁ ଆଡପ୍ଟ କରିବେ ବିଶ୍ୱବିଦ୍ୟାଳୟ। ବିଶ୍ୱବିଦ୍ୟାଳୟ କରିବେ ମେଣ୍ଟରସିପ୍ । ପ୍ରତି ବିଶ୍ୱବିଦ୍ୟାଳୟ ଓ କଲେଜ ଅତିକମରେ ୫ରୁ ୬ଟି ଅଙ୍ଗନବାଡ଼ି କେନ୍ଦ୍ରକୁ ପୋଷ୍ୟ ଭାବେ ଗ୍ରହଣ କରିବେ। ଫିଲ୍ଡ ୱାର୍କ, ସାମାଜିକ ସେବା ଏବଂ ଇଣ୍ଟର୍ନସିପରେ ଛାତ୍ରଛାତ୍ରୀଙ୍କୁ ଏହା ସହାୟକ ହେବ। ମୁଖ୍ୟ ଶାସନ ସଚିବମାନଙ୍କ ସମ୍ମିଳନୀ ପରେ ନୀତି ଆୟୋଗର କାର୍ଯ୍ୟବିବରଣୀ ପ୍ରକାଶ ପାଇଛି। ସମସ୍ତ କୁଳପତି ଓ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଲା ୟୁଜିସି।

ପ୍ରାରମ୍ଭିକ ଶିଶୁ ଶିକ୍ଷାକୁ ଗୁରୁତ୍ୱ ଦେଇ ସରକାର ଏହି ମାଷ୍ଟରପ୍ଲାନ ପ୍ରସ୍ତୁତ କରିଛନ୍ତି। ବିଶେଷ କରି ଶିକ୍ଷା, ମନୋବିଜ୍ଞାନ, ପୋଷଣ ଏବଂ ସମାଜ ମଙ୍ଗଳ ବିଭାଗର ଛାତ୍ରଛାତ୍ରୀମାନେ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଇ ପିଲାଙ୍କ ବିକାଶରେ ସହଯୋଗ କରିବେ । ଏହାଦ୍ୱାରା ୩ରୁ ୬ ବର୍ଷର ଶିଶୁମାନଙ୍କୁ ଗୁଣାତ୍ମକ ଶିକ୍ଷା ମିଳିବା ସହ ଉଚ୍ଚଶିକ୍ଷା ଅଧ୍ୟୟନରତ ଛାତ୍ରଛାତ୍ରୀମାନେ ପେଶାଗତ ଅନୁଭୂତି ହାସଲ କରିପାରିବେ । ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଏହି ନିୟମ ଲାଗୁ ହେବାକୁ ଯାଉଛି । ଏହା କେବଳ ଶିକ୍ଷା ନୁହେଁ ବରଂ ସମାଜ ପ୍ରତି ଛାତ୍ର ସମାଜର ଦାୟିତ୍ୱବୋଧକୁ ଆହୁରି ବୃଦ୍ଧି କରିବ ।

Leave A Reply

Your email address will not be published.