ଭୁବନେଶ୍ୱର: ପ୍ରକାଶ ପାଇଲା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ତାଲିକା । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହାସହ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ତାଲିକା ମଧ୍ୟ ଘୋଷଣା ହୋଇଛି ।
ତାଲିକାରେ ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ୩୮ ଜଣ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ୨୩ ଜଣ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ସ୍ଥାନ ପାଇଛି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ୩ ଜଣ କେନ୍ଦ୍ରମନ୍ତ୍ରୀ, ରାଜ୍ୟ କ୍ୟାବିନେଟର ମନ୍ତ୍ରୀ, ସାଂସଦ, ପୂର୍ବତନ ମନ୍ତ୍ରୀ ମାନେ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ବିଜେଡି ଛାଡି ବିଜେପିରେ ମିଶିଥିବା କେତେକ ନେତାଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ସାମିଲ କରାଯାଇଛି ।

ଏହାବାଦ୍ କୁହାଯାଇଛି ଯେ, ଦଳର ସମସ୍ତ ସାଂସଦ, ବିଧାୟକ, ଜିଲ୍ଲା ପ୍ରଭାରୀ, ଜିଲ୍ଲା ସଭାପତି, ରାଜ୍ୟ ପ୍ରବକ୍ତା, ବିଭିନ୍ନ ସେଲର ସଂଯୋଜକମାନେ ଏଥିରେ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ହୋଇଛନ୍ତି ।