କେନ୍ଦ୍ରାପଡା:ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ’ ପହିଲାରୁ ବନ୍ଦ ରହିବ । ରାଜନଗର ବନଖଣ୍ଡ ପକ୍ଷରୁ ମେ’ ପହିଲାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରଖାଯିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି । ସୂଚନାଥାଉକି,ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଛି । ନଦୀ ଓ ନାଳମାନଙ୍କରେ କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ । ସେମାନଙ୍କ ମିଳନ ପର୍ବ ଓ ଅଣ୍ଡା ଦେବା ପ୍ରକ୍ରିୟାରେ ବାଧା ନଉପୁଜିବା ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ ।
ସୂଚନାଯୋଗ୍ୟ, ମା’ କୁମ୍ଭୀର ଅଣ୍ଡା ଦେଇ ସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ । ଏହି ସମୟରେ ସେ ହିଂସ୍ର ହୋଇ ଉଠିଥାଏ । ତେଣୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ।