ଯାଜପୁର: ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ୭ ଜଣଙ୍କୁ ଗିରଫ କରିଛି କୋରେଇ ପୋଲିସ । ଏହାସହ ୫ ଟ୍ରାକ୍ଟର ଏବଂ ୨ଟି ଜେସିବି ମେସିନ ଜବତ କରାଯାଇଛି । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା । ବେଆଇନ ମାଟି ଚୋରିକୁ ରୋକିବାକୁ ଯାଇଥିବାବେଳେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ କୋରେଇ ମେଡିକାଲରେ ଭର୍ତ୍ତି କରାଯାଇଛି ।
ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଗୋଡ଼ରେ ଗଭିର ଆଘାତ ଲାଗିଛି । ଏକ ଘରୋଇ ହସ୍ପିଟାଲର ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା । ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତହସିଲଦାରଙ୍କୁ କଟକକୁ ସ୍ଥାନାନ୍ତର କରାଯାଇଥିଲା । ଘଟଣାର ତଦନ୍ତ କରି ଜମି ମାଲିକ, ୬ ଜଣ ଟ୍ରାକ୍ଟର ଡ୍ରାଇଭର, ଜେସିବି ଡ୍ରାଇଭର ସମେତ ୭ଜଣଙ୍କୁ ଗିରଫ କରିଛି ପୋଲିସ ।
ସୂଚନା ମୁତାବକ ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ଟ୍ରାକ୍ଟର ଚଢ଼ାଇ ଦେଇଥିଲେ ଦୁର୍ବୃତ୍ତ ।