Latest Odisha News

BREAKING NEWS

ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ବର୍ଷା ନେଇ ଆଜି ପାଇଁ ସମଗ୍ର ରାଜ୍ୟକୁ ୟେଲୋ ଆଲର୍ଟ ଜାରି…

ଭୁବନେଶ୍ୱର: କାଳବୈଶାଖୀ ନେଇ ପୁରା ଓଡ଼ିଶାକୁ ଆଲର୍ଟ ଜାରି ହୋଇଛି । କିଛି କିଛି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ସତର୍କତା ଜାରି କରାଯାଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ କାଳବୈଶାଖୀ । ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ ।

ଉପକୂଳରେ ଗୁଳୁଗୁଳି ଲାଗି ରହିବ । ବଙ୍ଗୋପସାଗର ପବନ ପ୍ରଭାବରେ ଆଭ୍ୟନ୍ତରୀଣରେ ଗରମରୁ ଆଶ୍ୱସ୍ତି ମିଳିବ । ସର୍ବାଧିକ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ ।

ସେପଟେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଏନେଇ ଜିଏଫଏସ୍ ପରେ ପୂର୍ବାନୁମାନ କରିଛି ଇସିଏମଡବ୍ଲ୍ୟୁଏଫ୍ । ହେଲେ ବାତ୍ୟା ସମ୍ଭାବନାକୁ ନେଇ ବିଭିନ୍ନ ମଡେଲରେ ଦ୍ୱନ୍ଦ୍ୱ ରହିଛି ।

ବିଭିନ୍ନ ମଡେଲକୁ ଅନୁଧ୍ୟାନ କରି ପାଣିପାଗ ବିଜ୍ଞାନୀ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଉଭୟ ଜିଏଫଏସ୍ ଏବଂ ଇସିଏମଡବ୍ଲ୍ୟୁଏଫ ମଡେଲ ଏକମତ ଯେ ମେ’ ମାସ ମଧ୍ୟଭାଗରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ହୋଇପାରେ । ୧୧ରୁ ୧୩ ତାରିଖ ଭିତରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ହେବ । ୧୪-୧୫ ତାରିଖବେଳକୁ ଏହା ଲଘୁଚାପ ରୂପ ନେଇପାରେ ।

ପ୍ରଫେସର ପଶୁପାଳକ କହିଛନ୍ତି, ସମୁଦ୍ର ପୃଷ୍ଠର ତାପମାତ୍ରା ପୂର୍ବାପେକ୍ଷା ୧ ଡିଗ୍ରୀ ବଢ଼ି ୩୦- ୩୧ ଡିଗ୍ରୀ ସେଲସିୟସକୁ ବୃଦ୍ଧି ପାଇଛି । ଏହା ବାତ୍ୟା ପାଇଁ ଅନୁକୂଳ ପରିବେଶ । ସେହିପରି ବାୟୁମଣ୍ଡଳର ତଳସ୍ତରରୁ ଉପର ସ୍ତରକୁ ପୂର୍ବରୁ ପବନର ଗତି ୪୬ କିମିରୁ ୫୫ କିମି ଥିଲା । ଏହାର ବେଗ ହ୍ରାସ ପାଇ ଘଣ୍ଟା ପ୍ରତି ୩୭ କିମି ରହିଛି । ଏହା କମିବା ଦ୍ୱାରା ବାତ୍ୟା ଘନୀଭୂତ ହେବାକୁ ଅନୁକୂଳ ହେବ ।

Leave A Reply

Your email address will not be published.