Latest Odisha News

BREAKING NEWS

ଆସନ୍ତା ୧୧ ତାରିଖରୁ ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି

ପୁରୀ: ଦୀର୍ଘ ଦିନର ବିରତି ପରେ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ । ଆସନ୍ତା ୧୧ ଓ ୧୨ ତାରିଖ ଦୁଇ ଦିନ ଧରି ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।

ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି ମଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା । ଆଜି ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିବସ ଏବଂ ଆସନ୍ତାକାଲି ଠାକୁରଙ୍କ ହଳଦୀ ପାଣି ନୀତି ରହିଛି । ଏଣୁ ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ସମସ୍ୟା ସୃଷ୍ଟି ହେବ ନାହିଁ ସେଥିପାଇଁ ଗଣତି ମଣତି କାର୍ଯ୍ୟ ବନ୍ଦ ରଖାଯାଇଛି ।

ତେବେ ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଆସନ୍ତା ୧୧ ତାରିଖରୁ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ । ପରେ ଆଉ କେଉଁ ଦିନ ଗଣତି ମଣତି କାର୍ଯ୍ୟ କରାଯିବ ସେନେଇ ସୂଚନା ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି । ସିସିଟିଭି ସର୍ଭିଲାନ୍ସ ମଧ୍ୟରେ ସମସ୍ତ ଗଣତି ମଣତି କାର୍ଯ୍ୟ କରାଯିବା ସହ ରତ୍ନ ଅଳଙ୍କାରର ‌ସମ୍ପୂର୍ଣ୍ଣ ଭିଡିଓ ଗ୍ରାଫି ଏବଂ ଫଟୋଗ୍ରାଫି କରାଯାଉଛି ।

Leave A Reply

Your email address will not be published.