Latest Odisha News

BREAKING NEWS

ଖୋର୍ଦ୍ଧା, ପୁରୀ ସମେତ ଭିଜିବ ଏହି ଜିଲ୍ଲା…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ଅପରାହ୍ନରେ ବଜ୍ରପାତ ଓ ବର୍ଷା ନେଇ ଓଡ଼ିଶାର ୩ ଜିଲ୍ଲା ପାଇଁ ଏକ ସତର୍କ ସୂଚନା ଜାରି କରିଛି।

ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି ପୁରୀ, ଖୋର୍ଦ୍ଧା ଏବଂ କଟକ। ଏହି ଜିଲ୍ଲା ଗୁଡ଼ିକରେ ବଜ୍ରପାତ ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକମାନଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସୁରକ୍ଷିତ ସ୍ଥାନକୁ ଯିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ସମୁଦ୍ର ପତନ ଠାରୁ ଦେଢ଼ କିମି ଉଚ୍ଚ ଯାଏଁ ଘୂର୍ଣ୍ଣିବଳୟ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହୋଇ ୧୨ କିମ୍ବା ୧୩ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ପରେ ଏହା ଅବପାତର ରୂପ ନେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

Leave A Reply

Your email address will not be published.