Latest Odisha News

BREAKING NEWS

ଅଧା ହେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ ପରାମର୍ଶ ଦେଇଥିଲେ। ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ଗାଡି ଗୁଡିକୁ କମ୍ କରି ଅଧା କରିଦେଇଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ଗୁରୁତ୍ୱ ଦେଇ ବ୍ୟକ୍ତିଗତ ଗାଡିରେ ଯିବାଆସିବା କମ୍ କରିବା ସହିତ ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍‌ସପୋର୍ଟ ବ୍ୟବହାର କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। କେବଳ ଆବଶ୍ୟକ ସ୍ଥଳରେ ଗାଡି ବ୍ୟବହାର କରି ଅନାବଶ୍ୟକ ବ୍ୟବହାର ବନ୍ଦ କରିବାକୁ ପରାମର୍ଶ ଦେଇଛନ୍ତି।

ଏହା ସହିତ ସୁନା ନକିଣିବା ଓ ଅନାବଶ୍ୟକ ବିଦେଶ ଗସ୍ତ ନକରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.