Latest Odisha News

BREAKING NEWS

୧୭ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା, ଆଜି ପାଇଁ ୬ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଲର୍ଟ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏବେ ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ତେବେ ଏହା ଅବପାତରେ ପରିଣତ ହେବାର ବିଶେଷ ସମ୍ଭାବନା ନାହିଁ । ତେବେ ୧୫, ୧୬ ଓ ୧୭ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ତେବେ ଆଜି ପାଇଁ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ବୁଧବାର ରାତିରେ ରାଜଧାନୀ ସମେତ ରାଜ୍ୟର ବହୁ ସ୍ଥାନରେ ପ୍ରବଳ ବର୍ଷା କାରଣରୁ ଗୁଳୁଗୁଳି ଓ ଗରମରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ପ୍ରବଳ ବର୍ଷା କାରଣରୁ ଅନେକ ସ୍ଥାନରେ କିଛି ସମୟ ଧରି ପାଣି ଜମି ରହିଥିଲା ।

ଅନେୟପଟେ, ବୁଧବାର ଟିଟିଲାଗଡ଼ରେ ଦିନ ତାପମାତ୍ରା ସର୍ବାଧିକ ୪୦.୫ ଡିଗ୍ରୀ ରେକର୍ଡ ହୋଇଥିଲା । ବଲାଙ୍ଗୀରରେ ୪୦.୨, ସମ୍ବଲପୁରରେ ୪୦.୧, ଭବାନୀପାଟଣାରେ ୪୦, ଝାରସୁଗୁଡ଼ାରେ ୩୯.୮ ଡିଗ୍ରୀ ରେକର୍ଡ ହୋଇଥିଲା ।

Leave A Reply

Your email address will not be published.