Latest Odisha News

BREAKING NEWS

ରାଜ୍ୟରେ ଆହୁରି ବଢିବ ତାତିର ପ୍ରକୋପ, ୬ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଏବେ ପ୍ରକୃତିର ଦ୍ଵିବିଧ ରୂପ ଦେଖିବାକୁ ମିଳୁଛି। ଦିନରେ ଅସହ୍ୟ ଗୁଳୁଗୁଳି ଓ ପ୍ରବଳ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ସନ୍ଧ୍ୟା ନଇଁଲେ କାଳବୈଶାଖୀର ତାଣ୍ଡବ ସବୁକିଛି ଛିନଛତ୍ର କରିଦେଉଛି। ରାଜ୍ୟରେ ଆଗକୁ ତାତି ବଢ଼ିପାରେ। ୨ଦିନରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପଟେ ଶୁକ୍ରବାର ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳରେ ଝଡ଼ ବର୍ଷା ଆଶଙ୍କା ଅଛି। ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ। ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ୧୬ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

୧୯ ତାରିଖ ଯାଏ ଉତ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ ପ୍ରଭାବରେ ମୌସୁମୀ ଅଗ୍ରସର ହୋଇପାରେ। ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଓ ଆଣ୍ଡାମାନ ନିକୋବର ଦୀପକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗୁରୁବାର ବଲାଙ୍ଗୀରରେ ୪୦.୩, ସମ୍ବଲପୁରରେ ୪୦.୨, ଝାରସୁଗୁଡ଼ାରେ ୩୯.୬, ନୂଆପଡ଼ା ଓ ଭବାନୀପାଟଣାରେ ୩୯.୫ ଡିଗ୍ରୀ ରେକର୍ଡ ହୋଇଛି।

Leave A Reply

Your email address will not be published.