Latest Odisha News

BREAKING NEWS

ରବିବାର ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନୀତିନ ନବୀନ

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ସଭାପତି ଭାବେ ଦାୟୀତ୍ୱ ଗ୍ରହଣ କରିବା ପରେ ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ନୀତିନ ନବୀନ।

ରାଷ୍ଟ୍ରୀୟ ସଭାପତି ନୀତିନ ନବୀନ ସାଧାରଣ ଯାତ୍ରୀବାହୀ ବିମାନରେ ଆସନ୍ତାକାଲି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ ନିରାଡମ୍ବର ଭାବେ ରାଷ୍ଟ୍ରୀୟ ସଭାପତିଙ୍କୁ ସ୍ୱାଗତ କରାଯିବ। ରାଜ୍ୟ ସଭାପତି, ମୁଖ୍ୟମନ୍ତ୍ରୀଙ୍କ ସମେତ ଶୀର୍ଷ ନେତୃବୃନ୍ଦ ରାଷ୍ଟ୍ରୀୟ ସଭାପତିଙ୍କୁ ବିମାନବନ୍ଦରରେ ସ୍ୱାଗତ ଜଣାଇବେ ବୋଲି ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ ସୁଚନା ଦେଇଛନ୍ତି।

୧୮ ତାରିଖ ଦିନ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ‘ରାଜ୍ୟ କୋର୍ କମିଟି’ ବୈଠକରେ ରାଷ୍ଟ୍ରୀୟ ସଭାପତି ନୀତିନ ନବୀନ ଯୋଗଦେବେ। ଏହା ପରେ ରାଷ୍ଟ୍ରୀୟ ସଭାପତି ନୀତିନ ନବୀନ ଖୋର୍ଦ୍ଧା ଜିଲ୍ଲା ଜଟଣୀସ୍ଥିତ ଆଇଆଇଟି ନିକଟସ୍ଥ ଏସିଆନ ଇନଷ୍ଟିଚ୍ୟୁଟ ଅଫ ଫିଜିକାଲ ହେଲ୍‌ଥ (ଏଆଇପିଏଚ୍‌) ବିଶ୍ୱବିଦ୍ୟାଳୟ ପରିସରରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ତରଫରୁ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ପଣ୍ଡିତ ଦୀନଦୟାଲ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬ ଶିବିରର ଉଦଘାଟନ କରିବେ।

ଏହା ପରେ ସେ ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରି ମହାପ୍ରସାଦ ସେବନ କରିବେ। ପରେ ଭୁବନେଶ୍ୱର ପ୍ରତ୍ୟାବର୍ତନ କରି ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ରାଜ୍ୟ ପଦାଧିକାରୀ, ମୋର୍ଚ୍ଚା ସଭାପତି ବୈଠକ ଏବଂ ମନ୍ତ୍ରୀପରିଷଦ ବୈଠକରେ ଯୋଗ ଦେଇ ସମସ୍ତଙ୍କ ସହ ଭେଟଘାଟ କରି ଚର୍ଚ୍ଚା ଓ ଆଲୋଚନା କରିବେ। ସଂଧ୍ୟାରେ ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି ସୂଚନା ମିଳିଛି।

 

Leave A Reply

Your email address will not be published.