ଭୁବନେଶ୍ବର : ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କୁ ମିଳିଲା ଜାମିନ । ୧ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିବା ଆଇଏଏସ୍ ବିଜୟ କେତନଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ନିମ୍ନ ଅଦାଲତ ତାଙ୍କ ଜାମିନର ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି । ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବାବେଳେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା । ତେବେ ତାଙ୍କ ପତ୍ନୀ ଏହି ଲାଞ୍ଚ ଅଭିଯୋଗକୁ ଖଣ୍ଡନ କରିଥିଲେ ।ଉଲ୍ଲେଖ ଯୋଗ୍ୟ, ରଜ୍ୟ ସରକାର ଆଇଏଏସ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ଗତକାଲି ନିଳମ୍ବିତ କରିଥିଲେ। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ ପାସ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଜଣାପଡ଼ିଥିଲା। ଖବର ପାଇ ଭିଜିଲାନ୍ସ ତାଙ୍କୁ ଲାଞ୍ଚ ନେଉଥିବା ସମୟରେ ଧରିବା ସହ ତାଙ୍କ ଘର ଉପରେ ଚଢାଉ କରିଥିଲା। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ବିଜୟ କେତନଙ୍କ ଅଫିସ୍ ସହ ଅନ୍ୟ କେତେକ ସ୍ଥାନରେ ଚଢାଉ କରାଯାଇଥିଲା। ରାଜ୍ୟ ସରକାରଙ୍କ ମୋ ସରକାର କାର୍ୟ୍ୟକ୍ରମ ଆଧାରରେ ବିଭିନ୍ନ ବ୍ୟକ୍ତିଙ୍କ ଠାରୁ ନିଆଯାଇଥିବା ମତାମତ ସଂଗ୍ରହରୁ ସୂଚନା ପାଇ ଭିଜିଲାନ୍ସ ତାଙ୍କୁ ଟ୍ରାପ କରିଥିଲା। ପ୍ରାୟ ୧୦ଦିନ ହେବ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା।
BREAKING NEWS
- ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିଜେପି ଉପରେ ବର୍ଷିଲେ ପାଣ୍ଡିଆନ
- ‘ଭଡାଟିଆଙ୍କୁ ଆଣି ସରକାର ଚଳାଇଛି ବିଜେଡି’
- ତାତିରେ ଲାଗିବ ବ୍ରେକ୍; ୨୨ରେ ସୃଷ୍ଟି ହେବ ଲଘୁଚାପ, ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା
- ଦରଦାମ ବୃଦ୍ଧିରେ ଓଡ଼ିଶା ଦେଶରେ ଏକ ନମ୍ବର
- କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ପାଣ୍ଡିଆନଙ୍କ ଟାର୍ଗେଟ୍; ‘୧୦ ବର୍ଷରେ ଚିଲିକାରେ ସେତୁ ହେଲା କି?’
- ଆସିଲା ଦ୍ବିତୀୟ ପର୍ଯ୍ୟାୟ ଏଡିଆର ରିପୋର୍ଟ; ୩୩% ବିଧାୟକ ପ୍ରାର୍ଥୀ କୋଟିପତି
- ଆଜିଠୁ ଆରମ୍ଭ ସିପିଇଟି-୨୪ ପରୀକ୍ଷା ପାଇଁ ଆବେଦନ
- ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ: ଆଜି ଶେଷ ହେବ ପ୍ରଚାର, ସରିଲାଣି ସମସ୍ତ ପ୍ରସ୍ତୁତି
- କ୍ରିକେଟର ମୀନା ବଜାରରେ ରୋହିତଙ୍କୁ ହରାଇଲା କି ମୁମ୍ବାଇ ଇଣ୍ଡିଆନ୍ସ
- ପୁଣି ଓଡ଼ିଶା ଆସୁଛନ୍ତି ମୋଦି,ପୁରୀରେ କରିବେ ମେଗା ରୋଡ୍ ଶୋ