ଭୁବନେଶ୍ବର : ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କୁ ମିଳିଲା ଜାମିନ । ୧ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିବା ଆଇଏଏସ୍ ବିଜୟ କେତନଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ନିମ୍ନ ଅଦାଲତ ତାଙ୍କ ଜାମିନର ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି । ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବାବେଳେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା । ତେବେ ତାଙ୍କ ପତ୍ନୀ ଏହି ଲାଞ୍ଚ ଅଭିଯୋଗକୁ ଖଣ୍ଡନ କରିଥିଲେ ।
ଉଲ୍ଲେଖ ଯୋଗ୍ୟ, ରଜ୍ୟ ସରକାର ଆଇଏଏସ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ଗତକାଲି ନିଳମ୍ବିତ କରିଥିଲେ। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ ପାସ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଜଣାପଡ଼ିଥିଲା। ଖବର ପାଇ ଭିଜିଲାନ୍ସ ତାଙ୍କୁ ଲାଞ୍ଚ ନେଉଥିବା ସମୟରେ ଧରିବା ସହ ତାଙ୍କ ଘର ଉପରେ ଚଢାଉ କରିଥିଲା। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ବିଜୟ କେତନଙ୍କ ଅଫିସ୍ ସହ ଅନ୍ୟ କେତେକ ସ୍ଥାନରେ ଚଢାଉ କରାଯାଇଥିଲା। ରାଜ୍ୟ ସରକାରଙ୍କ ମୋ ସରକାର କାର୍ୟ୍ୟକ୍ରମ ଆଧାରରେ ବିଭିନ୍ନ ବ୍ୟକ୍ତିଙ୍କ ଠାରୁ ନିଆଯାଇଥିବା ମତାମତ ସଂଗ୍ରହରୁ ସୂଚନା ପାଇ ଭିଜିଲାନ୍ସ ତାଙ୍କୁ ଟ୍ରାପ କରିଥିଲା। ପ୍ରାୟ ୧୦ଦିନ ହେବ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା।
BREAKING NEWS
- Viral Video: ଫେମସ୍ ହେବା ପାଇଁ ଜୀବନକୁ ବାଜି! ରେଳ ଇଞ୍ଜିନ୍ରେ ଶାଢ଼ି ବାନ୍ଧି ଡ୍ୟାନ୍ସ କଲେ ମହିଳା, ତାତିଲେ ୟୁଜର୍ସ
- ଦୁଇ ଟଙ୍କା ବଢ଼ିଲା ଓମଫେଡ୍ କ୍ଷୀର ଦର, ଏହି ଦିନରୁ ଲାଗୁ ହେବ ବର୍ଦ୍ଧିତ ଦର..
- ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କଲେ ଓଡ଼ିଶା ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପାଟି
- ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍

Comments are closed.