କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ହୋଇଛି । ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ ହୋଇ ଜୀବନ ଯାଇଥିବା ଜଣାପଡିଛି । ଜଣେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ମଧ୍ୟରେ ୩ ମିସ୍ତ୍ରୀ, ଜଣେ ଶ୍ରମିକ, ମାଲିକ ଏବଂ ତାଙ୍କ ପୁଅ ଅଛନ୍ତି । ପ୍ରଥମେ ଜଣେ ମିସ୍ତ୍ରୀ ପାଇଖାନା ଟାଙ୍କି ଭିତରେ ପଡ଼ି ଯାଇଥିଲେ । ତାଙ୍କୁ ବଞ୍ଚାଇବାକୁ ଯାଇ ଆଉ ୫ ଜଣଙ୍କ ଜୀବନ ଚାଲିଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।
ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।