Latest Odisha News

BREAKING NEWS

ବିଲ୍ଡିଂ ଭୁଶୁଡିବା ଘଟଣାରେ ୪ ମୃତ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ 

ନୂଆଦିଲ୍ଲୀ: ଦିଲ୍ଲୀର ସାକେତ ମେଟ୍ରୋ ଷ୍ଟେସନ ନିକଟରେ ଥିବା ସୈଦୁଲଅଜାଇବରେ ଶନିବାର ସନ୍ଧ୍ୟାରେ ଘଟିଥିବା ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି।

ଏନେଇ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ମେହରୌଲି ପୋଲିସ ଷ୍ଟେସନରେ ଏକ ମାମଲା ରୁଜୁ କରାଯାଇଛି।

ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନେତୃତ୍ୱରେ ଏକ ମାଜିଷ୍ଟ୍ରେଟ୍ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ନିକଟବର୍ତ୍ତୀ ବିପଦପୂର୍ଣ୍ଣ କୋଠାଗୁଡ଼ିକ ଯାଞ୍ଚ କରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସୈଦୁଲଅଜାଇବରେ ଏକ ପାଞ୍ଚ ମହଲା କୋଠା ଭୁଶୁଡ଼ି ପଡ଼ିବା ଯୋଗୁଁ ଏପର୍ଯ୍ୟନ୍ତ ଚାରି ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ଅନେକ ଲୋକ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ରବିବାର ସକାଳେ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଅଧିକାରୀଙ୍କଠାରୁ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ବିଷୟରେ ପଚାରି ବୁଝିଛନ୍ତି। ଏଥିସହିତ ଦୁର୍ଘଟଣା ପାଇଁ ଦାୟୀ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।

 

Leave A Reply

Your email address will not be published.