Latest Odisha News

BREAKING NEWS

ଦିଲ୍ଲୀ ଭୟାବହ ଅଗ୍ନିକାଣ୍ଡ: ମୃତ ୨୧ ମଧ୍ୟରୁ ୧୭ ଜଣ ବିଦେଶୀ, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗର ଅଞ୍ଚଳରେ ମଙ୍ଗଳବାର ସକାଳେ ଏକ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଘଟଣାରେ ଏପର୍ଯ୍ୟନ୍ତ ୨୧ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୧୭ ବିଦେଶୀ ନାଗରିକ ରହିଥିବା ଜଣାପଡିଛି। ଲାଇବେରିଆ, ନାଇଜେରିଆ, ମୋଜାମ୍ବିକ୍, ବାଂଲାଦେଶ ନାଗରିକଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି।

ଅନ୍ୟପଟେ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ପ୍ରଧାନମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ପ୍ରତ୍ୟେକ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କ ପାଇଁ ୫୦ ହଜାର ଲେଖାଏ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ।

ସୂଚନା ଥାଉକି, ଦିଲ୍ଲୀର ମାଲଭିୟ ନଗରର ୫ ମହଲା ବିଶିଷ୍ଟ ଏକ ରେଷ୍ଟୁରାଣ୍ଟରେ ବୁଧବାର ନିଆଁ ଲାଗି ଯାଇଥିଲା। ନିଆଁ ଲାଗିବା ପରେ କିଛି ଲୋକ ତଳକୁ ଡେଇଁ ପଡ଼ି ଆହତ ହୋଇଛନ୍ତି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି। ରେଷ୍ଟୁରାଣ୍ଟରେ ଲଜ୍‌ ବ୍ୟବସ୍ଥା ଥିବାରୁ ୨୫ଟି ରୁମ୍‌ ଥିଲା। ପ୍ରାୟ ୪୦ ଜଣ ଏହି ଲଜ୍‌ରେ ରହୁଥିଲେ। ଅନେକ ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବାବେଳେ ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Leave A Reply

Your email address will not be published.