ଭୁବନେଶ୍ବର:ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । କ୍ୟାପିଟାଲ ଥାନା ଅଞ୍ଚଳ ଫାଳିକିଆ ବସ୍ତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ । ଦୁର୍ବୃତ୍ତମାନେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଥିଲେ । ଗୁରୁତର ଆହତ ଯୁବକ ଜଣକଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଯୁବକ ହେଲେ ଡି. ହରିକୃଷ୍ଣ ।
ଘଟଣାକୁ ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି । ଫେରାର ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଚଳାଇଛି ।