ଭୁବନେଶ୍ୱର: ଜେଲ୍ରୁ ମୁକୁଳିଳେ ନିଲମ୍ବିତ ଆଇଏଏସ୍ ବିଜୟ କେତନ । କୋର୍ଟ ପକ୍ଷରୁ ସର୍ତ୍ତମୂଳକ ଜାମିନ ମିଳିବା ପରେ ସେ ଝାରପଡା ଜେଲ୍ରୁ ମୁକୁଳିଛନ୍ତି । ସୋମବାର ତାଙ୍କୁ ହାଇକୋର୍ଟରୁ ଜାମିନ ମିଳିଥିଲା । ଜେଲ୍ରୁ ବାହାରିବା ପରେ ବିଜୟ କେତନ କହିଛନ୍ତି, ଅଦାଲତରେ ମାମଲା ବିଚାରଧୀନ ରହିଛି । କୋର୍ଟ ଯାହା ନିଷ୍ପତ୍ତି ନେବେ ତାକୁ ଗ୍ରହଣ କରିବି ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ତଳେ ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବା ବେଳେ ଏକ ଲକ୍ଷ ଟଙ୍କା ଲାଂଚ ନେବା ଅଭିଯୋଗରେ ବିଜୟ କେତନଙ୍କୁ ଭିଜିଲାନ୍ସ ଗିରଫ କରିଥିଲା । ତେବେ ତାଙ୍କ ପତ୍ନୀ ଲାଂଚ ନେବା ଅଭିଯୋଗକୁ ଖଣ୍ଡନ କରିଥିଲେ ।
ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତରେ ତାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ସେ ଗତ ୧୪ ତାରିଖ ଦିନ ଓଡ଼ିଶା ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଗିରଫ ପରେ ତାଙ୍କୁ ଭିଜିଲାନ୍ସ ୬ ଦିନ ରିମାଣ୍ଡରେ ନେଇଥିଲା । ରିମାଣ୍ଡ ସରିବା ପରେ ବିଜୟ କେତନଙ୍କୁ ଜେଲ୍ ପଠାଇ ଦିଆଯାଇଥିଲା । ତେବେ ଆଜି ହାଇକୋର୍ଟ ବିଜୟ କେତନଙ୍କ ଜାମିନ ମଂଜୁର କରିଛନ୍ତି । ଏହାପରେ ସେ ଜେଲ୍ରୁ ମୁକୁଳିଛନ୍ତି ।
BREAKING NEWS
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
Comments are closed.