Latest Odisha News

BREAKING NEWS

୨୬ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ, ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରିଛି। ସେଥିରୁ ୭ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି। ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ ଘଣ୍ଟା ପ୍ରତି ୬୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

 

ପାଣିପାଗ ବିଜ୍ଞାନୀମାନେ ଲୋକଙ୍କୁ ସତର୍କ ରହିବାକୁ କହିଛନ୍ତି। ବଜ୍ରପାତ ସମୟରେ ଖୋଲା ଜାଗାରେ ନ ରହିବା, ଗଛ ତଳେ ଆଶ୍ରୟ ନ ନେବା ଓ ପାଗ ଖରାପ ଥିଲେ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

 

ଆସନ୍ତା ୯ ତାରିଖରେ ୨୦ଟି ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୦ ତାରିଖରେ ୨୪ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ରହିବ। ୧୧ ତାରିଖରେ ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ସତର୍କତା ଜାରି କରାଯାଇଛି।

 

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା ଅନୁସାରେ, ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର କିଛି ଅଂଶରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବାକୁ ପାଗ ଅନୁକୂଳ ରହିଛି।

Leave A Reply

Your email address will not be published.