Latest Odisha News

BREAKING NEWS

ଓଡ଼ିଶା ଛୁଇଁଲା ମୌସୁମୀ, କେତେକ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଜାରି…

ଭୁବନେଶ୍ବର: ଓଡ଼ିଶାରେ ପ୍ରବେଶ କଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଉତ୍ତର ଓଡ଼ିଶା ଦିଗରୁ ରାଜ୍ୟରେ ପ୍ରବେଶ କଲା ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ଆସିବା ପୂର୍ବରୁ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେଉଛି। ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

ବର୍ତ୍ତମାନ ରାଜ୍ୟରେ କାଳବୈଶାଖୀ ଜାରି ରହିଥିବାବେଳେ ଦିନବେଳା ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି । ମୌସୁମୀ ଆସିବା ପରେ ଲୋକେ ଏଥିରୁ ଟିକେ ଆଶ୍ୱସ୍ତି ପାଇବେ ବୋଲି ଆକଳନ କରାଯାଉଛି । ଶନିବାରଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି । ହେଲେ, ୧୫ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ହେବା ନେଇ ସୂଚନା ଦିଆଯାଇଛି ।

ଶୁକ୍ରବାର ୧୧ ଜିଲାକୁ ଗରମ ଓ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି । ବିଶେଷକରି ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ଓ ପବନ ହେବା ନେଇ କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି ।

ସେହିପରି, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦିଆଯାଇଛି ।

ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ଗରମ ଗୁଳୁଗୁଳି ନେଇ ୟେଲୋ ଓ୍ବାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.