ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ବାଇପାସ ରାସ୍ତାରେ ଭୟଙ୍କର ଦୁର୍ଘଟଣା। ବିଳମ୍ବିତ ରାତି ରାସ୍ତାରେ ଠିଆ ହୋଇଥିବା ହାଇୱାକୁ ପଛରୁ ପିଟିଲା କାର୍। ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି। ସଦର ଥାନା ବାଇପାସ୍ ରୋଡ୍ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକ ମଧ୍ୟରୁ ଜଣେ ଟିଟିଲାଗଡ଼ ଅନ୍ୟ ଜଣେ ଧର୍ମଗଡ଼ ଅଞ୍ଚଳର ଥିବା ଜଣାପଡିଛି। ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ଟିମ ପହଞ୍ଚି ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଭବାନୀପାଟଣା ବାଇପାସରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ହାଇୱାକୁ ପଛକୁ ପିଟିଥିଲା ବିଏମ୍ଡବ୍ଲୁ କାର ଧକ୍କା। ଦୁର୍ଘଟଣା ଏତେ ଭୟଙ୍କର ଥିଲା କାରଟିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୁର୍ମାର୍ ହୋଇଯାଇଥିଲା। ଚାଳକ ଓ ଅନ୍ୟ ଜଣେ କାର୍ରେ ଚାପି ହୋଇ ରହିଯାଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି କାରକୁ କାଟି ମୃତଦେହ ଉଦ୍ଧାର କରିଛନ୍ତି । ଅନ୍ୟପଟେ ଭବାନୀପାଟଣା ସଦର ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।