Latest Odisha News

BREAKING NEWS

ସକାଳୁ ଦୁଇଟି ସ୍ଥାନରେ ମର୍ମନ୍ତୁଦ ଦୁର୍ଘଟଣା; ଚାଲିଗଲା ଜୀବନ

ଭୁବନେଶ୍ବର:ରାଜ୍ୟର ପୃଥକ ପୃଥକ ସ୍ଥାନରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ଆସ୍କା ଗୁଣ୍ଠପୋଡ଼ା ଅଞ୍ଚଳରେ ରାସ୍ତା ଅତିକ୍ରମ କରୁଥିବାବେଳେ ଜଣେ ଭିନ୍ନକ୍ଷମ ବୃଦ୍ଧଙ୍କୁ ଏକ ଯାତ୍ରୀବାହୀ ବସ୍‌ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ବୃଦ୍ଧ ଜଣକ ପ୍ରାଣ ହରେଇଛନ୍ତି । ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି ଓ ବସ୍‌କୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ସେହିପରି ଆଉ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସୁବର୍ଣ୍ଣପୁର ଜିଲ୍ଲା ଜାମଛାପର ଛକରେ ଘଟିଛି । ଏକ ଟ୍ରକ୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ପିକ୍‌ଅପ୍‌ ଭ୍ୟାନ୍‌ଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଯାଇଥିବାବେଳେ ଚାଳକ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲେ । କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

 

Leave A Reply

Your email address will not be published.