ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କଲା ସ୍କୁଲ ବହି ତ୍ରୁଟି ପାଇଁ ଗଠିତ କମିଟି, ୬ ସହକାରୀ ନିର୍ଦ୍ଦେଶକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା କମିଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରିପୋର୍ଟ ପ୍ରଦାନ କରିଛି । କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି ।
ଏହି ନିଷ୍ପତି ଅନୁଯାୟୀ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର (Teachers Training & SCERT) ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ କୁମାର ସାହୁ, ଓ ଭାରତୀ ଟୁଡୁଙ୍କୁ ନିଲମ୍ବିତ କରାଯାଇଛି ।
ଏହା ସହିତ ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏମାନେ ହେଲେ ବନ୍ଦିତା ପଟ୍ଟନାୟକ, ମାନସ ରଞ୍ଜନ ରାଉତ, ମନୋରଞ୍ଜନ ମହାପାତ୍ର, ଡକ୍ଟର ପ୍ରଶାନ୍ତ କୁମାର ସାହୁ, ମାନସ କୁମାର ନାୟକ ଏବଂ ଡକ୍ଟର ସୁଦର୍ଶନ ସନ୍ତରା ।
ପିଲାଙ୍କ ଶିକ୍ଷା ଓ ତ୍ରୁଟି ସୁଧାରିବା ପାଇଁ କମିଟି ୧୪ ଟି ସୁପାରିଶ କାର୍ଯ୍ୟକାରୀ କରାଯିବ । ସେଗୁଡ଼ିକ ହେଉଛି, SCERT ପକ୍ଷରୁ ମାଷ୍ଟର ତ୍ରୁଟି (Errata) ରେଜିଷ୍ଟର ପ୍ରସ୍ତୁତ କରାଯିବ, ସବୁ ପିଲାଙ୍କୁ ସଂଶୋଧିତ ତଥ୍ୟ ପ୍ରଧାନ କରାଯିବ, SCERT ରେ କ୍ବାଲିଟି ଆସ୍ୟୁରାନ୍ସ ସେଲ୍ ଖୋଲାଯିବ ଇତ୍ୟାଦି । ଏହା ସହିତ ଭବିଷ୍ୟତରେ କୌଣସି ପାଠ୍ୟ ପୁସ୍ତକ ଭାଷା, ଚିତ୍ର, ତଥ୍ୟ ଓ ଛପା ହେବାପାଇଁ ଆବଶ୍ୟକ ଅନୁମୋଦନ ବିନା ପ୍ରିଣ୍ଟିଙ୍ଗ ପ୍ରେସ୍ କୁ ଯିବ ନାହିଁ ।
