ଭୁବନେଶ୍ୱର: ଚଳିତ ବର୍ଷ ରେଳ ବଜେଟ୍କୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ରେଳ ବଜେଟ୍ରେ ଓଡ଼ିଶା ପାଇଁ ଅନୁଦାନ କମିଛି । ରେଳ ବଜେଟ୍ ନୈରାଶ୍ୟଜନକ । ଯେତିକି ମିଳିବା କଥା ସେତିକି ମିଳିନି ବୋଲି ସେ କହିଛନ୍ତି । ପୂର୍ବ ବର୍ଷଠାରୁ ଚଳିତ ବର୍ଷର ବଜେଟ୍ କମିଛି । ଆଗାମୀ ଦିନରେ ପ୍ରଧନାମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ସହ ଏନେଇ ଆଲୋଚନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ଚଳିତ ରେଳ ବଜେଟ୍ରେ ଓଡ଼ିଶାକୁ ୪,୩୭୩ କୋଟି ଟଙ୍କା ମିଳିିଛି । ଯାହା ଗତବର୍ଷ ଅନୁଦାନ ତୁଳନାରେ କମ୍ ରହିଛି । ରେଳ ବଜେଟ୍ରେ ପୂର୍ବତଟ ରେଳବାଇ ପଥ ପାଇଁ ୫ ହଜାର ୮୬୫ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଓଡ଼ିଶାର ଦୁଇଟି ନୂଆ ରେଳ ଲାଇନ୍କୁ ଅନୁମୋଦନ ମିଳିଛି । ଗୋପାଳପୁର-ସମ୍ବଲପୁର ଭାୟା ଫୁଲବାଣୀର ୨୪୧ କିଲୋମିଟର ସହ ନୂଆପଡା-ଗୁଣୁପୁର-ଥେରୁବାଲି ରେଳଲାଇନ୍କୁ ବି ଅନୁମୋଦନ ମିଳିଛି ।
BREAKING NEWS
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ

Comments are closed.