Latest Odisha News

BREAKING NEWS

ସ୍ନାନବେଦୀରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ସ୍ନାନବେଦୀରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ବଡ଼ ଦାଣ୍ଡରେ ହଜାର ହଜାର ଭକ୍ତଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଇନ ମନ୍ତ୍ରୀ ପୃଥ୍ଵିରାଜ ହରିଚନ୍ଦନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପୁରୀ ସାଂସଦ ସମ୍ବିତ ପାତ୍ର ସାମିଲ ହୋଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିଥିଲେ।

ଆଜି ‘ମଙ୍ଗଳ ଆରତୀ’ ପରେ ଶ୍ରୀଜିଉଙ୍କୁ ‘ପହଣ୍ଡି’ କରି ସ୍ନାନ ମଣ୍ଡପକୁ ନିଆଯାଇଥିଲା। ଯେଉଁଠି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ପ୍ରଭୁ। ତେବେ ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ଦେବୀ ସୁଭଦ୍ରା, ବଡ ଠାକୁର ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ଶେଷରେ ପହଣ୍ଡି କରି ସ୍ନାନବେଦୀରେ ବିରାଜିଥିଲେ କାଳିଆ ସାଆନ୍ତ। ଜଗନ୍ନାଥଙ୍କୁ ୩୫ ଗଡୁ, ବଳଭଦ୍ରଙ୍କୁ ୩୩, ଦେବୀ ସୁଭଦ୍ରାଙ୍କୁ ୨୨ ଓ ସୁଦର୍ଶନଙ୍କୁ ୧୮ ଗଡୁ ଜଳ ଲାଗି କରାଯାଇଥାଏ। ସେହିପରି ଅପରାହ୍ଣ ୪ଟାରୁ ୫ଟା ମଧ୍ୟରେ ହାତୀ ବେଶ ଏବଂ ସଂଧ୍ୟା ୭ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ ହେବ।

ଉଲ୍ଲେଖଯୋଗ୍ୟ, ବର୍ଷସାରା ମହାପ୍ରଭୁଙ୍କର ବିମ୍ବ ସ୍ନାନ କରାଯାଇଥାଏ କିନ୍ତୁ ସ୍ନାନ ପୂର୍ଣ୍ଣିମାରେ ଶ୍ରୀଜୀଉ ଦିବ୍ୟ ଜଳରେ ସ୍ନାନ କରିଥାନ୍ତି।

 

Leave A Reply

Your email address will not be published.