ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ‘ଆଫା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଙ୍ଗଦାନ ଭଳି ଏକ ମହତ୍ ବିଷୟବସ୍ତୁ ଉପରେ ଆଧାରିତ ଏହି ଚଳଚ୍ଚିତ୍ର ଯୁବସମାଜକୁ ମାନବିକତାର ଶିକ୍ଷା ଦେବା ସହ ସଚେତନତା ସୃଷ୍ଟି କରିବ। ଚଳଚ୍ଚିତ୍ର ନିର୍ଦ୍ଦେଶକ ପ୍ରୀତିରାଜ ଶତପଥୀଙ୍କ ଦ୍ୱାରା ନିର୍ଦ୍ଦେଶିତ ଏବଂ ନୈନା ଦାଶ ତିୱାରୀଙ୍କ ଦ୍ୱାରା ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଆଫା’।
ସୂଚନାମୁତାବକ, ଏହି ଚଳଚ୍ଚିତ୍ରରେ ଦୀର୍ଘ ଦିନ ଧରି ଗୁରୁତର ରୋଗରେ ପୀଡିତ ଏକ ୧୬ବର୍ଷର ଝିଅ ନିଜ ଅଙ୍ଗଦାନ କରିବା ପାଇଁ ଆଗେଇ ଆସିଛି । ଜୀବନର ସମସ୍ତ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ଏହି ଅସୀମ ସାହସର ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ହୋଇଛି ଏହି ଚଳଚ୍ଚିତ୍ର ।
