Latest Odisha News

BREAKING NEWS

Weather Update: ୬ ଯାଏଁ ପ୍ରବଳ ବର୍ଷା ଆଲର୍ଟ, ଏହି ଦୁଇ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର, ଯାହା ଆଗାମୀ ୨ ଦିନ ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୫ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ସମ୍ଭାବନା ଅଛି । ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ମଧ୍ୟ କୋରାପୁଟ ଓ ମାଲକାନଗିରିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ୪୦ରୁ ୬୦ କିମି ପବନ ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହା ପରେ ବର୍ଷା ପ୍ରକୋପ କମିବ ।

Leave A Reply

Your email address will not be published.