Latest Odisha News

BREAKING NEWS

ବାହାର ରାଜ୍ୟର ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଝାରସୁଗୁଡ଼ା: ବେଲପାହାଡ଼ ଥାନା ଅନ୍ତର୍ଗତ ମୁଚବାହାଲରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ। ମୃତ ଯୁବକ ଝାରଖଣ୍ଡର ସୃଜନ କୁମାର। ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟ ଓ ଚାଞ୍ଚଲ୍ୟର ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଲୋକେ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ବ୍ରଜରାଜନଗର ଏସଡିପିଓ, ବେଲପାହାଡ ପୋଲିସ ଓ ସାଇଣ୍ଟିଫିକ ଦଳ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।

କିଏ ଓ କାହିଁକି ଯୁବକଙ୍କୁ ହତ୍ୟା କଲା ସେନେଇ କାରଣ ଅସ୍ପଷ୍ଟ ରହିଛି । ହତ୍ୟାର ପ୍ରକୃତ କାରଣ, ଘଟଣାରେ କେତେଜଣ ସମ୍ପୃକ୍ତ ଅଛନ୍ତି ଏବଂ କେଉଁ ପରିସ୍ଥିତିରେ ଏହି ନିର୍ମମ ହତ୍ୟାକାଣ୍ଡ ଘଟିଲା, ସେନେଇ ପୋଲିସ ଅଧିକ ଛାନଭିନ ଜାରି ରଖିଛି । ତଦନ୍ତ ପରେ ଘଟଣାର ସମ୍ପୂର୍ଣ୍ଣ ସତ୍ୟ ସାମ୍ନାକୁ ଆସିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.