Latest Odisha News

BREAKING NEWS

କେନ୍ଦୁପତ୍ର ତୋଳାଳୀମାନଙ୍କ ପାଇଁ ୨୫ ପ୍ରତିଶତ ବୋନସ, ଖର୍ଚ୍ଚ ହେବ ୭୪.୭୮ କୋଟି

ଭୁବନେଶ୍ୱର: ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ୍ ଷ୍ଟାଫଙ୍କ କଲ୍ୟାଣ ମୋହନ ସରକାରଙ୍କ ବଡ ନିଷ୍ପତ୍ତି । ସେମାନଙ୍କ ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି । ଏହା ସହିତ କେରି ଓ ଫାଳର ମୂଲ୍ୟରେ ମଧ୍ୟ ବୃଦ୍ଧି କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରୋସେସ ଏରିଆରେ କେନ୍ଦୁପତ୍ର କେରି (୨୦ଟି) ପିଛା ମୂଲ୍ୟ ୧୦ ପଇସା ବୃଦ୍ଧି କରାଯାଇଥିବା ବେଳେ ଫାଳ (୪୦ଟି) ପିଛା ମୂଲ୍ୟ ୨୦ ପଇସା ବୃଦ୍ଧି କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ୧୦.୭୮ କୋଟି ଟଙ୍କା ଖର୍ଚ୍ଚ ବହନ କରିବେ।

ସେହିପରି କେନ୍ଦୁପତ୍ର ତୋଳାଳୀମାନଙ୍କ ପାଇଁ ୨୫ ପ୍ରତିଶତ ବୋନସ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହା ସହିତ ବନ୍ଧାଳୀ ଓ ସିଜିନାଲ୍ ଷ୍ଟାଫଙ୍କ ପାଇଁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ବହନ କରିବେ । ରାଜ୍ୟ ସରକାର ସମୁଦାୟ ୭୪.୭୮ କୋଟି ଟଙ୍କା ଖର୍ଚ୍ଚ କରିବେ ।

Leave A Reply

Your email address will not be published.