Latest Odisha News

BREAKING NEWS

ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର: ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଶ୍ରୀଯୁକ୍ତ ସାମଲଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା ଜାରି ରହିଛି ।

ଆଜି ତାଙ୍କର ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ହସ୍ପିଟାଲକୁ ଯାଇ ତାଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ।

ହସ୍ପିଟାଲରେ ଶ୍ରୀଯୁକ୍ତ ସାମଲଙ୍କୁ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବାକୁ ଡାକ୍ତରଙ୍କ ସହ ଆଲୋଚନା କରିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ବିଜେଡି ପ୍ରତିନିଧି ମଣ୍ଡଳୀ ।

Leave A Reply

Your email address will not be published.