Latest Odisha News

BREAKING NEWS

ଭିସୁଟରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ; ହଷ୍ଟେଲ ସମସ୍ୟା, ନିମ୍ନମାନର ଖାଦ୍ୟ ନେଇ ବିକ୍ଷୋଭ

ବୁର୍ଲା:ସମ୍ବଲପୁର ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ୱବିଦ୍ୟାଳୟ ଅଫ୍ ଟେକ୍ନୋଲୋଜି (VSSUT-ଭିସୁଟ)ରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ହଷ୍ଟେଲରେ ଦିଆଯାଉଥିବା ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରଛାତ୍ରୀମାନେ ଆନ୍ଦୋଳନରେ ଓହ୍ଲାଇଛନ୍ତି । ଏହାର ପ୍ରତିବାଦରେ ଛାତ୍ରଛାତ୍ରୀମାନେ ହଷ୍ଟେଲ ଗେଟ୍ ସମ୍ମୁଖରେ ଧାରଣାରେ ବସି ତୁରନ୍ତ ଖାଦ୍ୟର ମାନ ସୁଧାରିବା ସହ ହଷ୍ଟେଲ ପରିଚାଳନାରେ ସ୍ୱଚ୍ଛତା ଆଣିବାକୁ ଦାବି କରିଛନ୍ତି ।

ପ୍ରତିବାଦରେ ଛାତ୍ରଛାତ୍ରୀମାନେ ହଷ୍ଟେଲ ଗେଟ୍ ସମ୍ମୁଖରେ ଧାରଣାରେ ବସି ତୁରନ୍ତ ଖାଦ୍ୟର ମାନ ସୁଧାରିବା ସହ ହଷ୍ଟେଲ ପରିଚାଳନାରେ ସ୍ୱଚ୍ଛତା ଆଣିବାକୁ ଦାବି କରିଛନ୍ତି ।

ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି ଯେ, ଦୀର୍ଘ ଦିନ ଧରି ହଷ୍ଟେଲରେ ପରିବେଷଣ କରାଯାଉଥିବା ଖାଦ୍ୟରମାନ ଅତ୍ୟନ୍ତ ଖରାପ। ଏହାକୁ ନେଇ ସେମାନେ ବାରମ୍ବାର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ ମଧ୍ୟ ଏଯାଏଁ କୌଣସି ସ୍ଥାୟୀ ସମାଧାନ ହୋଇନାହିଁ ।

ଏଥିସହ ସମସ୍ୟାର ଶୀଘ୍ର ସମାଧାନ ନ ହେଲେ ଆନ୍ଦୋଳନକୁ ଆହୁରି ବ୍ୟାପକ କରିବାକୁ ଛାତ୍ରଛାତ୍ରୀ ଚେତାବନୀ ଦେଇଛନ୍ତି ।

Leave A Reply

Your email address will not be published.