Latest Odisha News

BREAKING NEWS

ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ଆତ୍ମସମର୍ପଣ କଲେ ତତ୍କାଳୀନ ଡିଏଫଓ ସଂଗ୍ରାମ ବେହେରା

ପାରଳାଖେମୁଣ୍ଡି: ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍ (SDJM) କୋର୍ଟରେ ନିଜ ଓକିଲଙ୍କ ଜରିଆରେ ଆତ୍ମସମର୍ପଣ କରିଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ।

କୋର୍ଟଙ୍କ ପକ୍ଷରୁ ଜାରି ହୋଇଥିବା ଗିରଫ ପରୱାନା ପରେ ସଂଗ୍ରାମ ବେହେରା ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି । ଏସଡିଜେଏମଙ୍କ ଅଦାଲତରେ ଜାମିନ ଆବେଦନ ଖାରଜ ହେବା ପରେ ସଂଗ୍ରାମ ଜିଲ୍ଲା ଓ ଦୌରାଜଜଙ୍କ ଅଦାଲତରେ ଜାମିନ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ମାମଲାର ପରବର୍ତ୍ତୀ ଶୁଣାଣି ଓ ଜାମିନ ଆବେଦନକୁ ନେଇ କୋର୍ଟରେ ଆଇନଗତ ପ୍ରକ୍ରିୟା ଜାରି ରହିଛି ।

୨୦୨୧ରେ ଗଜପତି ଜିଲ୍ଲାରେ କାର୍ଯ୍ୟରତ ସହକାରୀ ବନ ସଂରକ୍ଷକ (ଏସିଏଫ) ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିଲା । ଘଟଣାକୁ ସନ୍ଦେହଜନକ ଦର୍ଶାଇ ପରିବାର ପକ୍ଷରୁ ନିରପେକ୍ଷ ତଦନ୍ତ ଦାବି କରାଯାଇଥିଲା । ସୌମ୍ୟରଞ୍ଜନଙ୍କ ପରିବାର ପକ୍ଷରୁ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଏବଂ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବିରୋଧରେ ଅଭିଯୋଗ ଆଣାଯାଇଥିଲା। ପରବର୍ତ୍ତୀ ସମୟରେ ଏହି ମାମଲାରେ ତିନିଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଅନ୍ୟ ଅଭିଯୁକ୍ତଙ୍କ ମଧ୍ୟରେ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ନାମ ରହିଛି।

Leave A Reply

Your email address will not be published.