Latest Odisha News

BREAKING NEWS

ଆଜିଠୁ ଦକ୍ଷିଣ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ;୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଓଡ଼ିଶା ପରେ ଆଜିଠୁ ଦକ୍ଷିଣ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ । ପଶ୍ଚିମ ଓଡିଶାର ୩ଟି ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆଜିଠୁ ଆସନ୍ତା ୨୪ ଘଣ୍ଟା ଯାଏଁ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ନୂଆପଡା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, ରାୟଗଡା, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୩୦ ଜୁଲାଇରୁ ଅଗଷ୍ଟ ୧ ତାରିଖ ଭିତରେ ଅତିପ୍ରବଳ ବର୍ଷାର ବିଶେଷ ସମ୍ଭାବନା ନାହିଁ। କିନ୍ତୁ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡଘଡି ଏବଂ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ଝଟକା ପବନ ସମ୍ଭାବନା ରହିଛି।

Leave A Reply

Your email address will not be published.