ଭୁବନେଶ୍ୱର: ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କ୍ୟାବିନେଟ ବୈଠକରେ ୬ଟି ବିଭାଗର ୧୧ଟି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା
ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।
ଅର୍ଥ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ (ଏସଟି ଏସସି ) ବିଭାଗର ୧ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨ ଟି ଏବଂ ଜଳସମ୍ପଦ ବିଭାଗର ସର୍ବାଧିକ ୫ ଟି, ଏହିପରି ମୋଟ ୬ଟି ବିଭାଗର ୧୧ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।