Latest Odisha News

BREAKING NEWS

ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ସ୍ଥିତି ଗମ୍ଭୀର ହୋଇ ପଡିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟା ପରିସ୍ଥିତିର ପରିଚାଳନା ପାଇଁ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ଦାୟିତ୍ୱ ଦେଇଛନ୍ତି । ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ପରେ ମୁଖ୍ୟମନ୍ତ୍ରୀ ଆଜି ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ପୁରୀ ଜିଲ୍ଲା ଏବଂ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି ।

ଏହାସହିତ ଅନ୍ୟମନ୍ତ୍ରୀମାନେ ପ୍ରଭାରୀ ମନ୍ତ୍ରୀ ଭାବେ ନିଜ ନିଜ ଜିଲ୍ଲା ଗସ୍ତ କରି ସେଠାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବେ ।

ସୂଚନାଥାଉକି,ମୁଖ୍ୟମନ୍ତ୍ରୀ ଶନିବାର ହେଲିକପ୍ଟର ଯୋଗେ ବନ୍ୟା ପ୍ରଭାବିତ କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ପଞ୍ଚାୟତ ଉପରେ ବୁଲି ସ୍ଥିତି ପରଖିଛନ୍ତି। ୧୨ଟି ବ୍ଲକ ଆକାଶ ମାର୍ଗରୁ ଅନୁଧ୍ୟାନ କରି ଫେରିଛନ୍ତି। ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି।

Leave A Reply

Your email address will not be published.