ଭୁବନେଶ୍ବର:ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା। ଭୁବନେଶ୍ଵର ସ୍ଥିତ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ରହିଛି , ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ସମ୍ଭାବନା ରହିଛି । ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଏବଂ ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।
ସେହିପରି ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼ର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
୬ ତାରିଖ (ଗୁରୁବାର) ବି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି ।