Latest Odisha News

BREAKING NEWS

ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ…

ଭୁବନେଶ୍ୱର: ଓଡ଼ିଶାରେ ବର୍ଷା ଜାରିଥିବା ବେଳେ ବୁଧବାର କଟକ ସହର ପାଇଁ ବର୍ଷା ସତର୍କତା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।

ଆଗାମୀ ୨ ଘଣ୍ଟା ମଧ୍ୟରେ କଟକ ସହର ସମେତ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ ଝଡ଼ତୋଫାନ ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ବଜ୍ରପାତରୁ ରକ୍ଷା ପାଇବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଗୁରୁବାର ସକାଳ ୮.୩୦ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ମଧ୍ୟ କରିଛି ପାଣିପାଗ ବିଭାଗ। ଏହି ସମୟ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡା, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ ନୁଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡରେ ମଧ୍ୟ ବର୍ଷା ହୋଇପାରେ।

ସେହିପରି ଅଗଷ୍ଟ ୭ରେ ପ୍ରବଳ ବର୍ଷା ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡା, ଝାରସୁଗୁଡା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ।

Leave A Reply

Your email address will not be published.