ଭବାନୀପାଟଣା: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରର ବିଜେପି ନେତାଙ୍କୁ ଛୁରି ଭୁସି ହତ୍ୟା ଘଟଣା। ୨ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି ପୋଲିସ। ଏନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି ବୋଲି ପୋଲିସ କହିଛି। ଖଣ୍ଟା ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ବିଜେପି ନେତା ଫକୀର ରଣାଙ୍କୁ ହତ୍ୟା କରାଯାଇଛି।
ଖୁଣ୍ଟା ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଫକୀରଣ ରଣାଙ୍କୁ କିଛି ଦୁର୍ବୃତ୍ତ ଛୁରିରେ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଫକୀର ରଣାଙ୍କୁ ମଦନପୁର ରାମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।
ତେବେ କିଏ ଓ କାହିଁକି ବିଜେପି ନେତା ଫକୀର ରଣାଙ୍କୁ ହତ୍ୟା କଲା । ହତ୍ୟା ପଛର କାରଣ ତାହା ସ୍ପଷ୍ଟ ହୋଇନାହିଁ । ପୂର୍ବ ଶତ୍ରୁତା ନା ରାଜନୈତିକ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଛି । ସବୁ ପ୍ରକାର ଦିଗକୁ ଆଖିରେ ରଖି ପୋଲିସ ଖୋଳତାଡ଼ ଚଳାଇଛି ।