ଭୁବନେଶ୍ବର:ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଚେତାବନୀ ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ସାରା ଓଡ଼ିଶାରେ ବର୍ଷା ଚେତାବନୀ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବରଗଡ଼, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୧୦ ତାରିଖରୁ ୧୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ଥିବାରୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
ଅନ୍ୟପଟେ ଗତ ୨୪ ଘଣ୍ଟାରେ ଗୋଟିଏ ସ୍ଥାନରେ ଅତି ପ୍ରବଳ ସହ ୨୩ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ନୟାଗଡ ଜିଲ୍ଲା ଖଣ୍ଡପଡ଼ାରେ ୧୨୪.୬ ମି.ମି ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ପାଣିପାଗ ବିଜ୍ଞାନୀ ଡଃ ରାଜଶ୍ରୀ ସୂଚନା ଦେଇଛନ୍ତି ।
