Latest Odisha News

BREAKING NEWS

ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା: ଚାକିରିରୁ ବହିଷ୍କୃତ ହେଲେ ଗୁରୁଣ୍ଡିଆ ସି.ଏଚ୍.ସି’ର ପୂର୍ବତନ ମେଡିକାଲ ଅଫିସର

ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡ଼ା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆ ସି.ଏଚ୍.ସି’ର ପୂର୍ବତନ ମେଡ଼ିକାଲ ଅଫିସର ଡାକ୍ତର ପତିତପାବନ ବାରିକଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି। ଡାକ୍ତର ବାରିକ ବର୍ତ୍ତମାନ ଗଜପତି ଜିଲ୍ଲା ଗୁରାଣ୍ଡି ସି.ଏଚ୍.ସି’ରେ କାର୍ଯ୍ୟରତ ଅଛନ୍ତି।

ସୂଚନାଯୋଗ୍ୟ ଯେ, ଡାକ୍ତର ବାରିକ ସୁନ୍ଦରଗଡ ଜିଲ୍ଲା ଗୁରୁଣ୍ଡିଆରେ କାର୍ଯ୍ୟରତ ଥିବା ସମୟରେ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଡାକ୍ତର ବାରିକଙ୍କୁ ସରକାରୀ ସେବାରୁ ବହିଷ୍କୃତ କରିଛନ୍ତି।

ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନର ସବୁ ସ୍ତରରେ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ସବୁବେଳେ କହି ଆସୁଛନ୍ତି।

Leave A Reply

Your email address will not be published.