ସମ୍ବଲପୁର:ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇର ଲଗ୍ନ ନିର୍ଦ୍ଧାରଣ ହେଲା । ଭାଦ୍ରବ ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ନୂଆଁଖାଇ ପର୍ବ ପାଳନ ହେବ। ପଶ୍ଚିମ ଓଡିଶାର ଇଷ୍ଟଦେବୀ ମା’ ସମଲେଶ୍ବରୀଙ୍କ ଠାରେ ନବାନ୍ନ ଲାଗି ହେବ। ଏଥି ପାଇଁ ଆଜି ଲଗ୍ନ ସ୍ଥିର ହୋଇଛି।
ସ୍ଥିର ହୋଇଥିବା ଲଗ୍ନ ଅନୁସାରେ ସେପ୍ଟେମ୍ବର ୧୫ ତାରିଖ ଦିନ (ମଙ୍ଗଳବାର) ଦିନ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବ। ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗି କରାଯିବ। ପରେ ସାରା ପଶ୍ଚିମ ଓଡିଶାବାସୀ ନବାନ୍ନ ଭକ୍ଷଣ କରିବେ ।
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ସମ୍ବଲପୁର ବ୍ରାହ୍ମପୁରା ମନ୍ଦିର ଠାରେ ଆଜି ଶୁଭ ଲଗ୍ନ ନିର୍ଘଣ୍ଟ ହୋଇଛି । ଝାଡୁଆପଡ଼ା ର ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମଣ୍ଡଳୀ ସମୂହ ବିଷ୍ଣୁ ସହସ୍ରନାମ ପାଠ ପୂର୍ବକ ମା’ ସମଲେଶ୍ୱରୀଙ୍କ ରାଶି ଓ ନକ୍ଷତ୍ର ଅନୁସାରେ ଶୁଭ ଲଗ୍ନ ନିର୍ଘଣ୍ଟ କରିଛନ୍ତି ।

